ଭୁବନେଶ୍ୱର,୨୬।୭: ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି ଭିଜିଲାନ୍ସ । ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମ୍ବିିବାରେ ଲାଗିଛି ।
ଶୁକ୍ରବାର ସକାଳ ସୁଦ୍ଧା ଭିଜିଲାନ୍ସ ସୂଚନା ମୁତାବକ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ ଏବଂ ଉତ୍ତରପ୍ରଦେଶ ମଥୁରାର ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ଦୁଇଟି ମିଶାଇ ମୋଟ ୩୬ଟି ପ୍ଲଟ ରହିଛି । ଏଥିସହିତ ୨.୨୬ କୋଟି ଟଙ୍କା ଜମା ଆକାରରେ ଭିଜିଲାନ୍ସ ପାଇଛି ।
ବିଭିନ୍ନ ବୀମା କମ୍ପାନୀଗୁଡିକରେ ରାଉତ ୧.୮୬ କୋଟି ଟଙ୍କା ନିବେଶ କରିଛନ୍ତି । ତେବେ ବ୍ୟାଙ୍କରେ ୪୦.୩୯ ଲକ୍ଷ ଟଙ୍କା ଜମା ଆକାରରେ ରହିଛି । ଏପର୍ଯ୍ୟନ୍ତ ଆକଳନ କରାଯାଇଥିବା ମୋଟ ଜମା ୨୨, ୦୦୦ କୋଟିରୁ ଅଧିକ ହେବ । ଏବେ ଭିଜିଲାନ୍ସ ଶେୟାର ଏବଂ ଅନ୍ୟାନ୍ୟ ଆର୍ଥିକ ଉପକରଣରେ ବିନିଯୋଗର ଅଧିକ ବିବରଣୀ ଯାଞ୍ଚ କରୁଥିବା କହିଛି ।
ଢେଙ୍କାନାଳରର ସପ୍ତଶଯ୍ୟାରେ ୮ ଏକର ଜମିରୁ ଅଧିକ ଜମିରେ ଥିବା ଫାର୍ମ ହାଉସ ମଧ୍ୟରେ ଅପର୍ଯ୍ୟାପ୍ତ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ଫାର୍ମ ହାଉସ ଭିତରେ ଦୁଇ ମହଲା ବିଶିଷ୍ଟ ଏକ ବିଳାସପୂର୍ଣ୍ଣ ଘର । ୨୧୨୩ ବର୍ଗଫୁଟର ଗୋଟିଏ କୁକୁଡ଼ା ଫାର୍ମ । ଯେଉଁଠାରେ ପ୍ରାୟ ୧୦୦୦ ସଂଖ୍ୟକ ଦେଶ କୁକୁଡ଼ା ଏବଂ ବତକ ଅଛନ୍ତି । ୨୫୫୦ ବର୍ଗଫୁଟର ଗୋଟିଏ ଗାଈ ଫର୍ମ । ଯେଉଁଠାରେ ୪୫ ଗାଈ ଏବଂ ୨୫ ବାଛୁରୀ ଅଛନ୍ତି । ତେବେ ଫାର୍ମ ହାଉସରେ ଅମାପ ସମ୍ପତ୍ତିର ଠାବ ହୋଇଥିବାରୁ ଏହି ପରିପ୍ରେକ୍ଷୀରେ ଭେଟେରାନାରୀ ଅଧିକାରୀଙ୍କ ସହାୟତା ଲୋଡିଛନ୍ତି ଭଜିଳାନ୍ସ ଅଧିକାରୀ । ତେବେ ଭିଜିଲାନ୍ସ ଅଧିକାରୀ ଯାହା ସୂଚନା ଦେଇଛନ୍ତି ମୁଖ୍ୟ ର୍ନିମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଲକର ଏପର୍ଯ୍ୟନ୍ତ ଖୋଲାଯାଇନାହିଁ ।
ତେବେ ଗୁରୁବାର ଭିଜିଲାନ୍ସର ୯ଟି ଟିମ ସୁନୀଲଙ୍କ ଘର ସମେତ ଭୁବନେଶ୍ୱର, ବଲାଙ୍ଗୀର, ପୁରୀ, ଅନୁଗୋଳ, କଟକର ୯ ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି। ଏହି ସ୍ଥାନ ମଧ୍ୟରେ ସୁନୀଲଙ୍କ କଟକ ଗୁରୁଡିଝାଟିଆସ୍ଥିତ ପୈତୃକ ଘର, ଅନୁଗୋଳ କିଶୋରନଗରସ୍ଥିତ ପୁଅଙ୍କ ଘର, ଢେଙ୍କାନାଳ ଜିଲା ସଦର ଥାନା ସପ୍ତଶଯ୍ୟା ପଡା ଗ୍ରାମରେ ଥିବା ହରେକୃଷ୍ଣ ନର୍ସରି ଓ ୮ ଏକର ବିଶିଷ୍ଟ ଫାର୍ମ ହାଉସ, ନୟାପଲ୍ଲୀସ୍ଥିତ ସମ୍ପର୍କୀୟଙ୍କ ଘର, ବଲାଙ୍ଗୀରସ୍ଥିତ ବାସଭବନ ଓ ଅଫିସ ଚାମ୍ବର ଆଦି ରହିଛି। ତେବେ ଚଢ଼ାଉ ସମୟରେ ଭିଜିଲାନ୍ସ ସୁନୀଲଙ୍କ ବିପୁଳ ସମ୍ପତ୍ତି ଠାବ କରିଛି। କଟକ, ଭୁବନେଶ୍ୱର, ପୁରୀ ଓ ଢେଙ୍କାନାଳରେ ମୋଟ ୩୪ଟି ପ୍ଲଟ ରହିଛି। ୩୪ଟି ପ୍ଲଟ ମଧ୍ୟରୁ ଭୁବନେଶ୍ୱରରେ ୫, ପୁରୀରେ ୩, କଟକରେ ୧୯ ଓ ଢେଙ୍କାନାଳରେ ୭ ପ୍ଲଟ ରହିଛି।